ପ୍ରଥମ ବଂଶାବଳୀ 26

ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।

1 Chronicles 26:14 (UKJV) And the lot eastward fell to Shelemiah. Then for Zechariah his son, a wise counsellor, they cast lots; and his lot came out northward.

12ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।

13ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।

14ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।

15ଦକ୍ଷିଣ ଦିଗ ଓବେଦ୍‍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।

16ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍‍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍ପୀମ୍‍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.