15ଦକ୍ଷିଣ ଦିଗ ଓବେଦ୍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।
16ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍ପୀମ୍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।
17ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।
18ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।
19କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।