17ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।
18ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।
19କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।
20ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।
21ଲାଦନ୍ର ସନ୍ତାନଗଣ; ଲାଦନ୍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,