ପ୍ରଥମ ବଂଶାବଳୀ 26

ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।

1 Chronicles 26:20 (UKJV) And of the Levites, Ahijah was over the treasures of the house of God, and over the treasures of the dedicated things.

18ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।

19କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।

20ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।

21ଲାଦନ୍‍ର ସନ୍ତାନଗଣ; ଲାଦନ୍‍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍‍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,

22ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍‍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.