19କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।
20ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।
21ଲାଦନ୍ର ସନ୍ତାନଗଣ; ଲାଦନ୍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,
22ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।
23ଅମ୍ରାମୀୟମାନଙ୍କ, ଯିଷ୍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ