21ଲାଦନ୍ର ସନ୍ତାନଗଣ; ଲାଦନ୍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,
22ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।
23ଅମ୍ରାମୀୟମାନଙ୍କ, ଯିଷ୍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ
24ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।
25ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍।