ପ୍ରଥମ ବଂଶାବଳୀ 26

ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍‍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍‍।

1 Chronicles 26:25 (UKJV) And his brethren by Eliezer; Rehabiah his son, and Jeshaiah his son, and Joram his son, and Zichri his son, and Shelomith his son.

23ଅମ୍ରାମୀୟମାନଙ୍କ, ଯିଷ୍‍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ

24ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।

25ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍‍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍‍।

26ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।

27ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.