ପ୍ରଥମ ବଂଶାବଳୀ 26

ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍‍ର ପୁତ୍ର ଶାଉଲ ଓ ନେର୍‍ର ପୁତ୍ର ଅବ୍‍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍‍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।

1 Chronicles 26:28 (UKJV) And all that Samuel the seer, and Saul the son of Kish, and Abner the son of Ner, and Joab the son of Zeruiah, had dedicated; and whosoever had dedicated any thing, it was under the hand of Shelomith, and of his brethren.

26ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।

27ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।

28ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍‍ର ପୁତ୍ର ଶାଉଲ ଓ ନେର୍‍ର ପୁତ୍ର ଅବ୍‍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍‍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।

29ଯିଷ୍‍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।

30ହିବ୍ରୋଣୀୟମାନଙ୍କ ମଧ୍ୟରୁ ହଶବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମ ଦିଗରେ ଇସ୍ରାଏଲର ତତ୍ତ୍ୱାବଧାରକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.