27ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।
28ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।
29ଯିଷ୍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।
30ହିବ୍ରୋଣୀୟମାନଙ୍କ ମଧ୍ୟରୁ ହଶବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମ ଦିଗରେ ଇସ୍ରାଏଲର ତତ୍ତ୍ୱାବଧାରକ ଥିଲେ।
31ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କ ରାଜତ୍ଵର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯାʼନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ।