ପ୍ରଥମ ବଂଶାବଳୀ 26

ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।

1 Chronicles 26:6 (UKJV) Also unto Shemaiah his son were sons born, that ruled throughout the house of their father: for they were mighty men of valour.

4ପୁଣି, ଓବେଦ୍‍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍‍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ;

5ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।

6ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।

7ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍‍, ଇଲୀଶାବଦ୍‍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।

8ଏସମସ୍ତେ ଓବେଦ୍‍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍‍-ଇଦୋମ ବଂଶଜାତ ବାଷଠି ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.