ପ୍ରଥମ ବଂଶାବଳୀ 26

ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।

1 Chronicles 26:9 (UKJV) And Meshelemiah had sons and brethren, strong men, eighteen.

7ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍‍, ଇଲୀଶାବଦ୍‍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।

8ଏସମସ୍ତେ ଓବେଦ୍‍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍‍-ଇଦୋମ ବଂଶଜାତ ବାଷଠି ଜଣ।

9ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।

10ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;

11ଦ୍ୱିତୀୟ ହିଲ୍‍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.