15ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
16ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।
17ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।
18ଯିହୁଦା ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।
19ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍।