19ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍।
20ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।
21ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍ନରର ପୁତ୍ର ଯାସୀୟେଲ୍।
22ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।
23ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।