ପ୍ରଥମ ବଂଶାବଳୀ 27

ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।

1 Chronicles 27:22 (UKJV) Of Dan, Azareel the son of Jeroham. These were the princes of the tribes of Israel.

20ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।

21ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍।

22ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।

23ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।

24ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.