9ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
10ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”
11ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;
12ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;
13ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;