10ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”
11ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;
12ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;
13ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;
14ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;