ପ୍ରଥମ ବଂଶାବଳୀ 28

ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;

1 Chronicles 28:16 (UKJV) And by weight he gave gold for the tables of showbread, for every table; and likewise silver for the tables of silver:

14ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;

15ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;

16ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;

17ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;

18ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍‍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.