15ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;
16ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;
17ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;
18ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।
19ଦାଉଦ କହିଲେ, “ଏହିସବୁ, ଅର୍ଥାତ୍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”