ପ୍ରଥମ ବଂଶାବଳୀ 28

ଦାଉଦ କହିଲେ, “ଏହିସବୁ, ଅର୍ଥାତ୍‍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”

1 Chronicles 28:19 (UKJV) All this, said David, the LORD made me understand in writing by his hand upon me, even all the works of this pattern.

17ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;

18ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍‍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।

19ଦାଉଦ କହିଲେ, “ଏହିସବୁ, ଅର୍ଥାତ୍‍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”

20ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।

21ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.