6ଆଉ, ସେ ମୋତେ କହିଅଛନ୍ତି, ‘ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।
7ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।’
8ଏହେତୁ ଏବେ ସଦାପ୍ରଭୁଙ୍କ ସମାଜ ଓ ସମଗ୍ର ଇସ୍ରାଏଲ ସାକ୍ଷାତରେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ କର୍ଣ୍ଣଗୋଚରରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସକଳ ଆଜ୍ଞା ମନୋଯୋଗ କରି ଅନ୍ୱେଷଣ କର; ତହିଁରେ ତୁମ୍ଭେମାନେ ଏହି ଉତ୍ତମ ଦେଶ ଅଧିକାର କରିବ ଓ ତୁମ୍ଭମାନଙ୍କ ଉତ୍ତାରେ ଚିରକାଳ ତୁମ୍ଭମାନଙ୍କ ସନ୍ତାନଗଣର ଅଧିକାରାର୍ଥେ ତାହା ଛାଡ଼ିକରି ଯିବ।
9ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
10ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”