10ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
11ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
12ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
13ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
14ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।