12ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
13ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
14ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
15କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।
16ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।