ପ୍ରଥମ ବଂଶାବଳୀ 29

ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।

1 Chronicles 29:16 (UKJV) O LORD our God, all this store that we have prepared to build you an house for yours holy name comes of yours hand, and is all yours own.

14ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।

15କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।

16ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।

17ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।

18ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.