20ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।
21ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।
22ଆଉ ସେହି ଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।
23ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।
24ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।