ପ୍ରଥମ ବଂଶାବଳୀ 29

ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।

1 Chronicles 29:23 (UKJV) Then Solomon sat on the throne of the LORD as king instead of David his father, and prospered; and all Israel obeyed him.

21ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।

22ଆଉ ସେହି ଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।

23ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।

24ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।

25ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.