24ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।
25ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।
26ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
27ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
28ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।