ପ୍ରଥମ ବଂଶାବଳୀ 29

ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।

1 Chronicles 29:27 (UKJV) And the time that he reigned over Israel was forty years; seven years reigned he in Hebron, and thirty and three years reigned he in Jerusalem.

25ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।

26ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।

27ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।

28ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।

29ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.