3ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋʼ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରିଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।
4ଅର୍ଥାତ୍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ ଓ ସାତ ହଜାର ତାଳନ୍ତ ନିର୍ମଳ ରୂପା;
5ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହି ସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି?”
6ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;
7ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।