ପ୍ରଥମ ବଂଶାବଳୀ 29

ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।

1 Chronicles 29:9 (UKJV) Then the people rejoiced, for that they offered willingly, because with perfect heart they offered willingly to the LORD: and David the king also rejoiced with great joy.

7ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍‍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।

8ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର ଗୃହରେ ତାହାସବୁ ଦେଲେ।

9ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।

10ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।

11ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.