1ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
2ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
3ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।
4ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।