20ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍ହାନନ୍ ଓ ତୀଲୋନ୍। ଆଉ ଈଶୀର ସନ୍ତାନ ସୋହେତ୍ ଓ ବିନ୍-ସୋହେତ୍।
21ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;
22ପୁଣି, ଯୋକୀମ୍, କୋଷେବାର ଲୋକମାନେ, ଯୋୟାଶ୍, ସାରଫ୍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍। ଏହା ଲିଖିତ ବିବରଣୀ ଅଟେ।
23ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।
24ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍, ଯାରୀବ, ସେରହ, ଶୌଲ;