35ଓ ଯୋୟେଲ, ପୁଣି, ଅସୀୟେଲର ପ୍ରପୌତ୍ର ସରାୟର ପୌତ୍ର ଯୋଶିବିୟର ପୁତ୍ର ଯେହୂ;
36ଇଲୀୟୋଐନୟ, ଯାକୋବା, ଯିଶୋହାୟ, ଅସାୟ, ଅଦୀୟେଲ, ଯିଶୀମିୟେଲ ଓ ବନାୟ;
37ଆଉ, ଶମୟୀୟର ଅତି ବୃଦ୍ଧ ପ୍ରପୌତ୍ର ଶିମ୍ରିର ବୃଦ୍ଧ ପ୍ରପୌତ୍ର ଯିଦାୟର ପ୍ରପୌତ୍ର ଆଲୋନର ପୌତ୍ର ଶିଫିୟିର ପୁତ୍ର ସୀଷଃ;
38ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ବ୍ୟକ୍ତ ହେଲା, ସେମାନେ ଆପଣା ଆପଣା ଗୋଷ୍ଠୀର ଅଧ୍ୟକ୍ଷ ଥିଲେ ଓ ସେମାନଙ୍କ ପିତୃବଂଶ ଅତିଶୟ ବୃଦ୍ଧି ପାଇଲେ।
39ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ ସ୍ଥାନ, ଅର୍ଥାତ୍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ।