5ପୁଣି, ତକୋୟର ପିତା ଅସ୍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।
6ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।
7ଆଉ ହିଲାର ସନ୍ତାନ ସେରତ୍, ୟସ୍ହାର ଓ ଇତ୍ନନ୍।
8ପୁଣି, ହକ୍କୋସ୍ ଆନୂବକୁ, ସୋବେବାକୁ ଓ ହାରୁମ୍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।
9ପୁଣି, ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।”