ପ୍ରଥମ ବଂଶାବଳୀ 4

ପୁଣି, ହକ୍କୋସ୍‍ ଆନୂବକୁ, ସୋବେବାକୁ ଓ ହାରୁମ୍‍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।

1 Chronicles 4:8 (UKJV) And Coz brings forth Anub, and Zobebah, and the families of Aharhel the son of Harum.

6ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।

7ଆଉ ହିଲାର ସନ୍ତାନ ସେରତ୍‍, ୟସ୍‍ହାର ଓ ଇତ୍‍ନନ୍‍।

8ପୁଣି, ହକ୍କୋସ୍‍ ଆନୂବକୁ, ସୋବେବାକୁ ଓ ହାରୁମ୍‍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।

9ପୁଣି, ଯାବେଷ୍‍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍‍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।”

10ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.