8ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍-ମୀୟୋନ୍ ପର୍ଯ୍ୟନ୍ତ ବାସ କଲା।
9ପୁଣି, ପୂର୍ବ ଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।
10ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।
11ପୁଣି, ଗାଦ୍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।
12ଯୋୟେଲ ପ୍ରଧାନ ଓ ଶାଫମ୍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍ ବାଶନରେ ରହିଲେ;