ପ୍ରଥମ ବଂଶାବଳୀ 5

ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।

1 Chronicles 5:11 (UKJV) And the children of Gad dwelt opposite to them, in the land of Bashan unto Salcah:

9ପୁଣି, ପୂର୍ବ ଦିଗରେ ସେ ଫରାତ୍‍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।

10ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।

11ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।

12ଯୋୟେଲ ପ୍ରଧାନ ଓ ଶାଫମ୍‍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍‍ ବାଶନରେ ରହିଲେ;

13ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.