13ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍, ଶେବଃ, ଯୋରୟ, ଯାକନ୍, ସୀୟ ଓ ଏବର, ସାତ ଜଣ।
14ବୂଷ୍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ।
15ଗୂନିର ପୌତ୍ର ଅବ୍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା।
16ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।
17ଯିହୁଦାର ରାଜା ଯୋଥମ୍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।