ପ୍ରଥମ ବଂଶାବଳୀ 5

ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।

1 Chronicles 5:16 (UKJV) And they dwelt in Gilead in Bashan, and in her towns, and in all the suburbs of Sharon, upon their borders.

14ବୂଷ୍‍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ।

15ଗୂନିର ପୌତ୍ର ଅବ୍‍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା।

16ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।

17ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।

18ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.