ପ୍ରଥମ ବଂଶାବଳୀ 5

ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।

1 Chronicles 5:17 (UKJV) All these were reckoned by genealogies in the days of Jotham king of Judah, and in the days of Jeroboam king of Israel.

15ଗୂନିର ପୌତ୍ର ଅବ୍‍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା।

16ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।

17ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।

18ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।

19ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍‍ ଓ ନୋଦବ୍‍ ସହିତ ଯୁଦ୍ଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.