ପ୍ରଥମ ବଂଶାବଳୀ 5

ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍‍ ଓ ନୋଦବ୍‍ ସହିତ ଯୁଦ୍ଧ କଲେ।

1 Chronicles 5:19 (UKJV) And they made war with the Hagarites, with Jetur, and Nephish, and Nodab.

17ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।

18ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।

19ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍‍ ଓ ନୋଦବ୍‍ ସହିତ ଯୁଦ୍ଧ କଲେ।

20ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।

21ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.