1ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।
2କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
3ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମି।
4ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି;