ପ୍ରଥମ ବଂଶାବଳୀ 5

ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।

1 Chronicles 5:24 (UKJV) And these were the heads of the house of their fathers, even Epher, and Ishi, and Eliel, and Azriel, and Jeremiah, and Hodaviah, and Jahdiel, mighty men of valour, famous men, and heads of the house of their fathers.

22କାରଣ ଯୁଦ୍ଧ ପରମେଶ୍ୱରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି, ସେମାନେ ବନ୍ଦୀତ୍ୱ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ।

23ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍‍-ହର୍ମୋନ୍‍, ସନୀର୍‍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।

24ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।

25ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।

26ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.