23ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍-ହର୍ମୋନ୍, ସନୀର୍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।
24ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।
25ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।
26ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।