ପ୍ରଥମ ବଂଶାବଳୀ 5

ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମି।

1 Chronicles 5:3 (UKJV) The sons, I say, of Reuben the firstborn of Israel were, Hanoch, and Pallu, Hezron, and Carmi.

1ଇସ୍ରାଏଲର ପ୍ରଥମଜାତ ରୁବେନ୍‍ର ସନ୍ତାନଗଣର କଥା, ରୁବେନ୍‍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।

2କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;

3ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମି।

4ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍‍, ତାହାର ପୁତ୍ର ଶିମୀୟି;

5ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍‍;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.