ପ୍ରଥମ ବଂଶାବଳୀ 5

ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍‍, ତାହାର ପୁତ୍ର ଶିମୀୟି;

1 Chronicles 5:4 (UKJV) The sons of Joel; Shemaiah his son, Gog his son, Shimei his son,

2କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;

3ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମି।

4ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍‍, ତାହାର ପୁତ୍ର ଶିମୀୟି;

5ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍‍;

6ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍‍-ପିଲ୍‍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.