4ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି;
5ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍;
6ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍-ପିଲ୍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା।
7ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍ ଓ ଜିଖରୀୟ
8ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍-ମୀୟୋନ୍ ପର୍ଯ୍ୟନ୍ତ ବାସ କଲା।