44ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
45ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍କୀୟର ପୁତ୍ର;
46ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
47ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।
48ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।