52ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍;
53ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍।
54ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
55ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।
56ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।