61ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
62ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।
63ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।
64ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।
65ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।