ପ୍ରଥମ ବଂଶାବଳୀ 6

ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।

1 Chronicles 6:65 (UKJV) And they gave by lot out of the tribe of the children of Judah, and out of the tribe of the children of Simeon, and out of the tribe of the children of Benjamin, these cities, which are called by their names.

63ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍‍-ବଂଶଠାରୁ ଓ ଗାଦ୍‍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।

64ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।

65ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।

66ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।

67ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.